ଆଇପିଏସ୍ ରବିକାନ୍ତ ଓ ଡିଏସ୍ କୁଟ୍ଟେଙ୍କୁ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି

ଭୁବନେଶ୍ଵର: ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ପଦବୀରୁ ବିଦା ହେଲେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ରବି କାନ୍ତ । ବରିଷ୍ଠ ଆଇପିଏସ ରବି କାନ୍ତଙ୍କୁ ରାଜ୍ୟ ଗୃହ ବିଭାଗ ଓଏସ୍‌ଡି ଭାବେ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୮ ବ୍ୟାଚ ଆଇପିଏସ ରବି କାନ୍ତ ଏବେ ଆବାସିକ କମିଶନର ଅଛନ୍ତି। ରବି କାନ୍ତଙ୍କ ପୂର୍ବରୁ ଆଶିଷ ସିଂଙ୍କୁ ଓଏସ୍‌ଡି ଭାବେ ବଦଳି ହୋଇଥିଲା।  ବର୍ତ୍ତମାନ ନୂଆଦିଲ୍ଲୀରେ କାର୍ଯ୍ୟରତ ଆଇଏଏସ୍ ବିଶାଳ ଗଗନଙ୍କୁ ଆବାସିକ କମିଶନର ଭାବେ ନିଯୁକ୍ତି ମିଳିଛି । ନୂଆଦିଲ୍ଲୀରେ ଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ(ଓଆଇଇପିଓ) ଭାବେ କାର୍ଯ୍ୟରତ ୧୯୯୮ ବ୍ୟାଚ୍ ଆଇଏଏସ୍ ବିଶାଳ ଗଗନଙ୍କୁ ନୂଆ ଆବାସିକ କମିଶନର ଭାବେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦାୟିତ୍ୱ ତୁଲାଇବାକୁ କୁହାଯାଇଛି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

ସେହିପରି ବିଜେଡିର ପାୱାରଫୁଲ ଆଇପିଏସ୍ ଡିଏସ୍ କୁଟ୍ଟେଙ୍କ ଉପରୁ ନିଲମ୍ବନକୁ ଆଜି ରାଜ୍ୟ ସରକାର ପ୍ରତ୍ୟାହାର କରିଛନ୍ତି । ଏହାସହିତ ତାଙ୍କୁ ଗୃହ ବିଭାଗର ଓଏସଡି ଭାବେ ଅବସ୍ଥାପିତ କରିଛନ୍ତି । ସାଧାରଣ ନିର୍ବାଚନବେଳେ ବିଜେଡି ପାଇଁ କାର୍ଯ୍ୟ କରିବା ଅଭିଯୋଗରେ ଶ୍ରୀ କୁଟ୍ଟେଙ୍କୁ ସରକାରୀ କାର୍ଯ୍ୟରୁ ନିର୍ବାଚନ କମିଶନ  ନିଲମ୍ବିତ କରିବା ସହ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ସେବେଠୁ କୁଟ୍ଟେଙ୍କୁ କେଉଁଠି ବୋଲି ଚର୍ଚ୍ଚା ଲାଗି ରହିଥିବାବେଳେ ଆଜି ରାଜ୍ୟ ସରକାର ତାଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିଛନ୍ତି ଓ  ମାତ୍ର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଜାରି ରହିବ ବୋଲି ସ୍ପଷ୍ଟ କରିଛନ୍ତି ।

nis-ad
Leave A Reply

Your email address will not be published.