ପୁଣି ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଜୟପୁର : ପୁଣି ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ।  ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ୮ଜଣିଆ ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରୁଛନ୍ତି ।

ଜୟପୁର ବିଡିଓ ହସ୍ପିଟାଲ ଯାଇ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଡାକ୍ତରୀ ଟିମ ସହ ଆଲୋଚନା କରିଥିବା ସୂଚନା ମିଳିଛି । ବର୍ତ୍ତମାନ କମଳାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି । ବାର୍ଦ୍ଧକ୍ୟ ଜନିତ ଯୋଗୁ ସେ ଅସୁସ୍ଥ ହୋଇପଡ଼ିଥିବା ଜଣାଯାଇଛି । ଚଳିତ ବର୍ଷ ଜାନୁୟାରୀ ଏବଂ ମାର୍ଚ୍ଚ ମାସରେ ମଧ୍ୟ କମଳା ଗୁରୁତର ଅସୁସ୍ଥ ହୋଇ ପଡ଼ିଥିଲେ । ସେତେବେଳେ ତାଙ୍କୁ କଟକ ଏସ୍‌ସିବି ମେଡ଼ିକାଲ୍‌ କଲେଜରେ ଭର୍ତ୍ତି କରାଯାଇଥିଲା ।

ସୂଚନା ଅନୁସାରେ , ଜୈବିକ ପଦ୍ଧତିରେ ବିଭିନ୍ନ ପ୍ରକାରର ଧାନ ଉତ୍ପାଦନ କରି ବେଶ୍ ଚର୍ଚ୍ଚାକୁ ଆସିଥିଲେ ୭୧ ବର୍ଷୀୟ ମା କମଳା । ଏଥିପାଇଁ ତାଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି ।

nis-ad
Leave A Reply

Your email address will not be published.