ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର

ଭୁବନେଶ୍ୱର: ସରକାରୀ ଜମି ଜବରଦଖଲ କରି କୋଠା କରିଥିଲେ ବୁଲିବ ବୁଲଡୋଜର। ଜବରଦଖଲ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ଏଭଳି ପ୍ରତିକ୍ରିୟା। ସେ କହିଛନ୍ତି, ସରକାରୀ ଜମି ଜବରଦଖଲ କରି ନିର୍ମାଣ ହୋଇଥିବା କୋଠା ଭଙ୍ଗାଯିବ। ବଡ଼ବଡ଼ିଆଙ୍କ ଜବରଦଖଲ କୋଠାରେ ବୁଲଡୋଜର ବୁଲିବ।

ଆଗରୁ ଖାଲି ଗରିବଙ୍କ ଘର ଭଙ୍ଗା ହେଉଥିଲା, ଏବେ ବଡ଼ ବଡ଼ିଆଙ୍କ ଭଙ୍ଗା ହେବ ଘର। ୪ ଡିସିମିଲ୍ ଜାଗାରେ କୁଡ଼ିଆ କରି ରହୁଥିବା ଗରିବ ଜବରଦଖଲକାରୀ ନୁହଁ। ଅଧିକ ଜାଗା ଜବରଦଖଲ କରି ଅଟ୍ଟାଳିକା ନିର୍ମାଣ କରିଥିଲେ ଭଙ୍ଗାଯିବ କୋଠା। ଏଭଳି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସୂଚନା ଥାଉକି, ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସରକାରୀ ଜମି ଗୁଡ଼ିକ ମୁଖ୍ୟତଃ ବିକାଶ ଓ ସର୍ବସାଧାରଣ କଲ୍ୟାଣ କାର୍ଯ୍ୟ ନିମନ୍ତେ ବ୍ୟବହାର ହୁଏ। ଜବରଦଖଲ ଯୋଗୁଁ ବିକାଶ ବାଧାପ୍ରାପ୍ତ ହେଉଛି। ତେଣୁ ଏସବୁ ବେଆଇନ ଦଖଲ ତୁରନ୍ତ ହଟାଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

nis-ad
Leave A Reply

Your email address will not be published.