ନବୀନ ନିବାସରେ ବିରୋଧୀଦଳ ନେତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସର୍ବଦଳୀୟ ବୈଠକ ପାଇଁ କଲେ ନିମନ୍ତ୍ରଣ

ଭୁବନେଶ୍ୱର : ବିଧାନସଭା ପୂର୍ବରୁ ଗଠନମୂଳକ ସହଯୋଗ ଲୋଡିଲେ ମୋହନ ସରକାର । ନବୀନ ନିବାସ ଯାଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ଏହାସହ ବିଧାନସଭାର ସମସ୍ତ କାର୍ଯ୍ୟ ଦିବସରେ ଯୋଗ ଦେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ବୃହତର ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟ ବିରୋଧୀ ଦଳଠାରୁ ଗଠନମୂଳକ ସହଯୋଗ କାମନା କରିଛନ୍ତି ମୋହନ ସରକାର । ସଂସଦୀୟ ବ୍ୟାପାର ମନ୍ତ୍ରୀ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ ବିକଶିତ ଓଡ଼ିଶା ଗଠନରେ ସକ୍ରିୟ ସହଯୋଗ ନିମନ୍ତେ ଆଲୋଚନା କରିଛନ୍ତି । ଓଡ଼ିଶାବାସୀଙ୍କ ସ୍ୱାର୍ଥରେ, ସବୁ ବର୍ଗ ଓ ମତ ସହ ସମନ୍ବୟ ରଖି ସେବା କରିବାକୁ ସରକାର ପ୍ରତିବଦ୍ଧ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେପଟେ ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ଆସନ୍ତାକାଲି ଦିନ ୧୧ଟାରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ। ଏହାପୂର୍ବରୁ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ସର୍ବଦଳୀୟ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଜେପି ବିଧାୟକ ଜୟ ନାରାୟଣ ମିଶ୍ରଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଯୋଗ ଦେଇଥିଲେ ।

nis-ad
Leave A Reply

Your email address will not be published.