ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ

ପୁରୀ: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି l ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି l ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପକ୍ରିୟାକୁ ଅନୁମୋଦନ କରାଯାଇଛି ଏନେଇ ରାଜ୍ୟସରକାରଙ୍କୁ ଅବଗତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି l

ସେହିପରି ଟକନିକାଲ ସ୍କାନିଙ୍ଗ ଉପରେ ରାଜ୍ୟସରକାଙ୍କ ଦୃଷ୍ଟି ଆକର୍ଷଣ କରାଯିବ l ଶ୍ରୀ ମନ୍ଦିର ଜମି କୁ ଦଲାଲ ମୁକ୍ତ କରାଯିବ l ଯେକୌଣସି ବ୍ୟକ୍ତି ଶ୍ରୀମନ୍ଦିର ଜମି ଉପରେ ଯଦି ଲୋଲୁପ ଦୃଷ୍ଟି ପଡେ ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ l ଭୂ-ସମ୍ପତି ପରିଚାଳନା ଅଧିନିୟମ ପାଇଁ ଆଲୋଚନା ସରକାରଙ୍କ ଅନୁମୋଦନ ପରେ କାର୍ଯ୍ୟକାରି କରାଯିବ l

ଅଭଡ଼ା ଯୋଜନାରେ ଆସିଥିବା ୩୫ ଟି ଏସି ମିନି ଇ-ବସ ଓଏସଆଟିସି ଙ୍କୁ ହସ୍ତାନ୍ତର ଉପରେ କରାଯାଇଛି ଆଲୋଚନା l ରାଜ୍ୟ ସରକାରଙ୍କ ଆଲୋଚନା କରାଯାଇ ଏ ସମ୍ପର୍କରେ ନିଷ୍ପତି ନିଆଯିବ l ଅର୍ପଣ ଚାଉଳ ନେଇ ସେବା ସମ୍ପୃକ୍ତ ନିଯୋଗ ଙ୍କ ସହ ଆଲୋଚନା କରାଯାଇ ଏ ସମ୍ପର୍କରେ ସରକାରଙ୍କୁ ଉପଯୁକ୍ତ ପ୍ରସ୍ତାବ ଦିଆଯିବା ପାଇଁ ଚୂଡାନ୍ତ ନିଷ୍ପତି ନିଆଯିବ ବୋଲି ନିଷ୍ପତ୍ତି ହୋଇଥିବା ସୂଚନା ରହିଛି ।

nis-ad
Leave A Reply

Your email address will not be published.