ମମତାଙ୍କୁ ଆଳୁ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ କଲେ ଅନୁରୋଧ । ରାଜ୍ୟରେ ଆଳୁ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମମତାଙ୍କୁ ଅନୁରୋଧ କଲେ ମୋହନ । ଅନୁରୋଧ ପରେ ମମତା ବାନାର୍ଜୀ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ ଫୋନ ଯୋଗେ ମମତାଙ୍କୁ କହିଥିଲେ ଯେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ। ସେପଟେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

nis-ad
Leave A Reply

Your email address will not be published.