ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ପ୍ରତି ସୋମବାର ଭୁବନେଶ୍ୱର, ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେଉଥିବା ଜନଶୁଣାଣି ଆସନ୍ତାକାଲି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ପରବର୍ତ୍ତୀ ସମୟରେ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ସୂଚିତ କରାଯିବ ବୋଲି ସୂଚନା ମିଳିଛି ।

ସୂଚନା ଅନୁସାରେ, ଏହା ପୂର୍ବରୁ ଗତ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଜାରି ରହିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିଲା । ତା’ ପୂର୍ବରୁ ଗତ ମାସ ୨୨ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ୨୨ ତାରିଖ ଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଥିବାରୁ ଅଭିଯୋଗ ଶୁଣାଣିକୁ ବନ୍ଦ ରଖାଯାଇଥିଲା ।

ସୂଚନା ଯୋଗ୍ୟ ଯେ, ଜୁଲାଇ ପହିଲାରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଜୁଲାଇ ୧ ତାରିଖ ଦିନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ଅଭିଯୋଗ ଶୁଣିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

nis-ad
Leave A Reply

Your email address will not be published.