ବାଲିଗୁଡ଼ାରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣୀ…


ବାଲିଗୁଡା,୧୩/୦୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ ରମେଶ ଚନ୍ଦ୍ର ଜେନା, ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ରତ୍ନାକର ସାହୁ, ଜିଲା ଅତିରିକ୍ତ ଆରକ୍ଷୀ ଅଧିକାରୀ ବଳଭଦ୍ର ଦୀପ୍, ଉପ- ଜିଲାପାଳ ଡା. ରୀନା ପ୍ରଧାନ, ଆଇଟିଡିଏ ପିଏ କୃପାସିନ୍ଧୁ ବେହେରା ପ୍ରମୁଖ ମଂଚାସୀନ ଥିଲେ । ସମୁଦାୟ ୪୯ ଗୋଟି ଅଭିଯୋଗ ମଧ୍ୟରେ ୩୯ ଟି ବ୍ୟକ୍ତିଗତ ଏବଂ ୧୦ଟି ସାମୁହିକ ଅଭିଯୋଗର ଶୁଣାଣି ହୋଇଛି I ପଡିକାର୍ଡ, ଆବାସ ଯୋଜନା, ବାଲିଗୁଡା କୁଟିକିଆ,ପଦ୍ମାପଦରକୁ ସଂଯୋଗ କରୁଥିବା ଝୁଲାପୋଲ, ଖମନଖୋଲରେ ଆମ୍ବୁଲାନ୍ସ ସୁବିଧା, ବାରଖମା ମେଡିକାଲରେ ଏକ୍ସରେ ମେସିନ ମରାମତି, ରାସ୍ତାଘାଟ ଆଦି ସମ ଅଭିଯୋଗ ଆସିଥିଲା। ଏହି ଅବସରରେ କିଛି ହିତାଧିକାରୀଙ୍କୁ ହୁଇଲଚେୟାର ଓ ଟ୍ରାଇସାଇକେଲ ଏବଂ ଦୁଇଜଣଙ୍କୁ ନୂତନ ବିଧବା ଭତ୍ତା ଦିଆଯାଇଛି। ଅନ୍ୟପଟେ ଅଭିଯୋଗ ଶୁଣାଣି ସମ୍ପର୍କରେ ପୂର୍ବରୁ ପୂର୍ବ ସୂଚନା ଦିଆଯାଇ ନଥିବାରୁ ବାଲିଗୁଡା ବ୍ଲକ ସ୍ତରୀୟ ପଞ୍ଚାୟତ ଜନପ୍ରତିନିଧ ପରିଷଦ ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି । କାର୍ଯ୍ୟକ୍ରମ ସମ୍ପର୍କରେ ପୂର୍ବରୁ ସୂଚନା ଦିଆଯାଇଥିଲେ ଆମ ଅଞ୍ଚଳର ସମସ୍ୟା ଲୋକେ ଉପସ୍ଥାପନ କରି ପାରିଥାନ୍ତେ । କିନ୍ତୁ ତାହା ହୋଇପାରି ହୋଇପାରିଲା ନାହିଁ ବୋଲି ପରିଷଦର ସଭାପତି ତାପ ମଲ୍ଲିକ, ଉପସଭାପତି ପରମାନନ୍ଦ ନାୟକ, ସମ୍ପାଦକ ଅଶୋକ ମଳିକ, କୋଷାଧକ୍ଷ ଜାନକୀ କହଁର, ଉପଦେଷ୍ଟା ରଘୁନାଥ ମଳିକଙ୍କ ସମେତ ଅନ୍ୟ ସଦସ୍ୟ ମାନେ କ୍ଷୋଭ ପ୍ରକାଶ କରିଛନ୍ତି ।

nis-ad
Leave A Reply

Your email address will not be published.