ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଜଗତସିଂହପୁର, ଖୋର୍ଦ୍ଧା (ଭୁବନେଶ୍ୱର), ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କଟକ, କନ୍ଧମାଳ, ଯାଜପୁର, କେନ୍ଦ୍ରାପଡ଼ା।

ଆଗାମୀ ୨ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଉତ୍ତର ବଙ୍ଗୋପସାଗର ଓ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଲଘୁଚାପ ଦକ୍ଷିଣ ବାଂଲାଦେଶ ଅଞ୍ଚଳରେ ସ୍ଥିର ରହିଛି। ଯାହା ଫଳରେ ସମୁଦ୍ର ପତ୍ତନ ଠାରୁ ୭ କିମି ଉପରେ ବାତ୍ୟାକ୍ଷେତ୍ର ସୃଷ୍ଟି ହେବା ସହ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା କ୍ରମଶଃ ଉତ୍ତର ଓ ଉତ୍ତର-ପଶ୍ଚିମ ଆଡ଼କୁ ଗତି କରିବା ସମ୍ଭାବନା ରହିଛି।

nis-ad
Leave A Reply

Your email address will not be published.