ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ, ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର : ଆଜି ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ପ୍ରାପ୍ତ ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।  ଏଥିସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।  ସୂଚନାଯୋଗ୍ୟ ଯେ ଗତକାଲି ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ସହାୟତା ଘୋଷଣା କରିଥିଲେ।

nis-ad
Leave A Reply

Your email address will not be published.