ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ

ପୁରୀ : ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ । ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିଥିଲେ। ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି ପାଳିତ ହେଉଛି । ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ସମସ୍ତ ମଠ ମନ୍ଦିର। ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି ।

ଗତକାଲି ଶ୍ରୀ ମନ୍ଦିରରେ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଅଳଙ୍କାର ଲାଗି ପୂର୍ବକ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଥିଲା । ଏଥିପାଇଁ ସନ୍ଧ୍ୟା ୭ରୁ ରାତି ୧୧ଟା ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା । ରାତି ୧୧ଟା ପରେ ବିଳମ୍ବିତ ରାତିରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭିଡ଼ ଲଗାଇଥିଲେ।

nis-ad
Leave A Reply

Your email address will not be published.