ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ରୂପ ନେବାର ସମ୍ଭାବନା ରହିଛି । ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଏହା ପରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଆସନ୍ତା ୨ ଦିନରେ ପହଞ୍ଚିବ। ଫଳରେ ଆସନ୍ତାକାଲିଠାରୁ ବଢିବ ବର୍ଷା। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।

କାଲି ସକାଳ ଯାଏ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର,କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ବରକୁ ୟେଲୋ ୱାର୍ଣ୍ଣିଂ । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଆଶଙ୍କା ରହିଛି । ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

nis-ad
Leave A Reply

Your email address will not be published.