ବିଡିଏ ର ୪୨ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୨ତମ ପ୍ରତିଷ୍ଠା ଦିବସ ଆଜି ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇଥିଲେ ।

ପ୍ରତିଷ୍ଠା ଦିବସ ଅବସରରେ ମନ୍ତ୍ରୀ ଶ୍ରୀ ମହାପାତ୍ର ଭୁବନେଶ୍ବରର ବଢ଼ୁଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରୀ ଯୋଜନାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଭୁବନେଶ୍ବରକୁ ଏକ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ଲକ୍ଷ୍ୟରେ ସହରର ବିକାଶ, ସବୁଜିମା ବଜାୟ ରଖିବା, ସ୍ବେରେଜ୍ ଓ ଡ୍ରେନେଜ୍ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ କର୍ତ୍ତୃପକ୍ଷ ଓ ଜନସାଧାରଣଙ୍କ ସହଯୋଗଉପରେ ସେ ଆଲୋକପାତ କରିଥିଲେ ।

ଏହି ଅବସରରେ ମେୟର ସୁଲୋଚନା ଦାସ ଭୁବନେଶ୍ବରକୁ ଏକ ସମାବେଶୀ ସହରରେ ପରିଣତ କରିବା ଏବଂ ଜଳବାୟୁ ପରିବର୍ତ୍ତନର ଆହ୍ୱାନର ମୁକାବିଲା ଦିଗରେ ବିଡିଏର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ ।

ସହରର ଦ୍ରୁତ ଅଭିବୃଦ୍ଧି ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସହରାଞ୍ଚଳ ବାସହୀନଙ୍କୁ ଆଶ୍ରୟ ପ୍ରଦାନ କରୁଥିବା ପ୍ରକଳ୍ପଗୁଡ଼ିକୁ ପ୍ରାଥମିକତା ଦେବାକୁ ଏକାମ୍ର ବିଧାୟକ ବାବୁ ସିଂହ ବିଡିଏକୁ ଅନୁରୋଧ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ମେୟର ସୁଲୋଚନା ଦାସ, ଭୁବନେଶ୍ୱର ଏକାମ୍ର ମାନ୍ୟବର ବିଧାୟକ ବାବୁ ସିଂଙ୍କ ବ୍ୟତୀତ ବିଡିଏ ଉପାଧ୍ୟକ୍ଷ ଡ. ଏନ୍ ତିରୁମାଲା ନାୟକ, ବିଡିଏ ସଚିବ ସ୍ନିଗ୍ଧରଣୀ ଧଳ ଓ ବିଡିଏ କର୍ମଚାରୀ ଇଉନାଇଟେଡ଼ ଫୋରମର ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.