ଭୁବନେଶ୍ୱର : ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ଭାବନା ନାହିଁ । ଆଜି ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲିଖିତ ଉତ୍ତରରୁ ଏହା ଜଣାପଡିଛି । ଆଜି ଗୃହରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଥିଲେ, ବଲାଙ୍ଗିରରେ ହାଇକୋର୍ଟଙ୍କ ସର୍କିଟ୍ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି । ଏହାର ଉତ୍ତରରେ ମୋହନ ମାଝୀ ଜଣାଇଥିଲେ, ସୁପ୍ରିମକୋର୍ଟଙ୍କ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ, ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ଯଥାର୍ଥ ନାହିଁ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା ।
Sign in
Sign in
Recover your password.
A password will be e-mailed to you.
Prev Post