ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ, ଏହି ମାମଲା ବିଚାରାଧୀନ ଅଛି

ଭୁବନେଶ୍ୱର : ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଧାନସଭାରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଆମ ସରକାରଙ୍କ ବିଚାରଧୀନ ଅଛି । ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଗୃହରେ ଯେଉଁ ଲିଖିତ ଉତ୍ତର ଦିଆଯାଇଥିଲା ତାହା ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୁହାଯାଇଥିଲା ।  ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ବର୍ତ୍ତମାନ ସରକାରଙ୍କ ବିଚାରାଧୀନ ଥିବା ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି  । ଗତକାଲି ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲିଖିତ ଉତ୍ତର ଦେଇଥିଲେ । କହିଥିଲେ, ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ, ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ଯଥାର୍ଥ ନାହିଁ ।

ରାଜ୍ୟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଏବେ କୌଣସି ପ୍ରସ୍ତାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗତକାଲି ବିଧାନସଭାରେ ସ୍ପଷ୍ଟ କରିଥିଲେ  ।  ଅଣତାରକା ପ୍ରଶ୍ନରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ପ୍ରଶ୍ନ କରିଥିଲେ ଯେ, ବଲାଙ୍ଗୀରରେ ଓଡ଼ିଶା ହାଇକୋର୍ଟର ସର୍କିଟ ବେଞ୍ଚ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରସ୍ତାବ ଅଛି କି ଏବଂ ଏ ଦିଗରେ କଣ ପଦକ୍ଷେପ ନିଆଯାଇଛି? କଳିକେଶଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଥିଲେ ସୁପ୍ରିମକୋର୍ଟଙ୍କ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର ଯଥାର୍ଥତା ନାହିଁ  । ହେଲେ ଆଜି କିନ୍ତୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ ସରକାରଙ୍କ ବିଚାରଧୀନ ଅଛି  ।

nis-ad
Leave A Reply

Your email address will not be published.