ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା

ପାଟଣାଗଡ଼: ପାଟଣାଗଡ଼ କୋର୍ଟରେ ଅରୁଣ ବୋଥ୍ରା । ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାରେ ସାକ୍ଷ୍ୟ ଦେବାପାଇଁ କୋର୍ଟରେ ପହଞ୍ଚିଛନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା । ଘଟଣାର ୬୦ ନମ୍ବର ସାକ୍ଷୀ ହେଉଛନ୍ତି ଅରୁଣ ବୋଥ୍ରା  । ପୁଞ୍ଜିଲାଲଙ୍କ ଓକିଲ ପ୍ରମୋଦ ମିଶ୍ରଙ୍କ ଉପସ୍ଥିତିରେ ସାକ୍ଷ୍ୟ ପ୍ରଦାନ କରିବେ । ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବଲାଙ୍ଗିର ଜେଲରୁ ଅଣାଯାଇଛି । ପୁଞ୍ଜିଲାଲକୁ ନେଇ ହୋଇଥିବା କ୍ରାଇମସିନ୍‌ର ସିଡି ଡିସ୍‌ପ୍ଲେ ପାଇଁ ଶୁଣାଣି ବେଳେ ଦାବି ହୋଇଛି  । କ୍ରାଇମବ୍ରାଞ୍ଚ ଓକିଲଙ୍କ ଦାବିକୁ ବିରୋଧ କରିଛନ୍ତି ପ୍ରତିପକ୍ଷ ଓକିଲ । ଆସନ୍ତା ସେପ୍ଟେମ୍ବର ୧୧ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ।

୨୦୧୮ ମସିହାରେ ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣା ଘଟିଥିଲା । ପାଟଣାଗଡ଼ ସହରର ବରହମ୍‌ପୁରାରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ଘରକୁ ଆସିଥିବା ଏକ ପାର୍ସଲ ବୋମା ବିସ୍ଫୋରଣ ହୋଇଥିଲା ।  ଏଥିରେ ରବୀନ୍ଦ୍ରଙ୍କ ନବବିବାହିତ ପୁଅ ସୌମ୍ୟଶେଖର ଏବଂ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଥିଲା  ।  ଏହି ବିସ୍ଫୋରଣରେ ସୌମ୍ୟଶେଖରଙ୍କ ପତ୍ନୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ  । ଦୀର୍ଘ ଦିନର ଚିକିତ୍ସା ପରେ ସେ ମୃତ୍ୟୁ ମୁହଁରୁ ଫେରିଥିଲେ ।

nis-ad
Leave A Reply

Your email address will not be published.