୭ ଜିଲ୍ଲାରେ ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ୱର, କଟକ ସମେତ ଓଡିଶାର ୭ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶୁକ୍ରବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, କୋରାପୁଟ ଓ ମାଲକାନଗିରି । ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ସେହିପରି କନ୍ଧମାଳ, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାକୁ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

nis-ad
Leave A Reply

Your email address will not be published.