ନୂଆଁଖାଇ ଉପଲକ୍ଷେ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ନବୀନ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ସମ୍ବଲପୁର ଜିଲ୍ଲା ।  ନୂଆଁଖାଇ ପାଇଁ ଦୂରଦୂରାନ୍ତରେ ଥିବା ଲୋକେ ଘରକୁ ଫେରିଛନ୍ତି । ହାଟବଜାର ଗହଳ ଚହଳ ।  ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କୁ ନବାନ୍ନ ଅର୍ପଣ ହେବ । ଏହା ପରେ ପରିବାରର ସମସ୍ତ ସଦସ୍ୟ ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି ।  ନୂଆଁଖାଇ ଉପଲକ୍ଷେ ପଶ୍ଚିମ ଓଡ଼ିଶାବାସୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

nis-ad
Leave A Reply

Your email address will not be published.