ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ବହୁ ପ୍ରତିକ୍ଷିତ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଁଖାଇ ଅବସରରେ ସମ୍ବଲପୁର ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି । ଆଜି ପ୍ରଥମ କିସ୍ତିରେ ଚାଷୀଙ୍କ ଖାତାକୁ ଟଙ୍କା ପଠାଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

ପବିତ୍ର ନୂଆଁଖାଇ ଠାରୁ ଏହି ଯୋଜନା ଆରମ୍ଭ ହୋଇଥିବା ବେଳେ ଖରିଫ ଓ ରବି ଫସଲ ପୂର୍ବରୁ ଯୋଗ୍ୟ ହିତାଧିକାରୀମାନେ ଡିବିଟି ମାଧ୍ୟମରେ ଦୁଇଟି କିସ୍ତିରେ ମୋଟ ୪ ହଜାର ଟଙ୍କା ଆର୍ଥିକ ସହାୟତା ପାଇପାରିବେ।

ଏହା ସହ ସିଏମ୍‌ କିଷାନ ପୋର୍ଟାଲ ସହ କୃଷକ ଓଡ଼ିଶା ୟୁନିଫାଏଡ଼୍‌ ପୋର୍ଟାଲ୍ ର ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପୋର୍ଟାଲ ଅଧୀନରେ ସିଏମ୍‌ କିଷାନ୍‌ ଓ ପିଏମ୍‌ କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ । ଏହା ଦ୍ବାରା ପିଏମ କିଷାନ ଯୋଜନାର ସ୍ବତନ୍ତ୍ର ପଦକ୍ଷେପରେ ଆସନ୍ତା ଦୁଇ ମାସ ପର୍ଯ୍ୟନ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରାଯିବା ନେଇ ପ୍ରକ୍ରିୟା ଆରମ୍ଭ ହେବ ।

nis-ad
Leave A Reply

Your email address will not be published.