ପୁରୀ ଶ୍ରୀନହରରେ ପବିତ୍ର ସୁନିଆଁ ଉତ୍ସବ: ଗଜପତି ମହାରାଜାଙ୍କର ୧୪୩୨ ସାଲ ଓ ୬୮ ଅଙ୍କର ପ୍ରବେଶ

ପୁରୀ: ଭାଦ୍ରବ ମାସ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ବାମନ ଜନ୍ମ ନୀତି। ଆଜିର ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପ୍ରହର ଧୂପ ପରେ ଶ୍ରୀମନ୍ଦିରରେ ପାଳିତ ହୋଇଥାଏ। ତେବେ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ବାମନ ଜନ୍ମ ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଆଜି ସନ୍ଧ୍ୟାରେ ଗଜପତିଙ୍କ ଶ୍ରୀନହରରେ ସୁନିଆଁ ପର୍ବ ଅନୁଷ୍ଠିତ ହୋଇଛି।

ଅନ୍ୟପଟେ ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୮ ଅଙ୍କ ଆରମ୍ଭ ହୋଇଛି। ଜାତକ ଓ ପାଞ୍ଜି ଅଙ୍କ ଗଣନାର ବିଶେଷ ମହତ୍ତ୍ଵ ରହିଥିବା ବେଳେ ଆଜିର ଏହି ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ। କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ , ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି ଗଜପତି ମହାରାଜ। ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। 

ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନହରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ। ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ। ଏହି ଅବସରରେ ଶ୍ରୀନହର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ। ସେହିପରି ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀନୃସିଂହ ଆଦି ଦେବାଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନହରକରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ। 

ଶ୍ରୀମନ୍ଦିରରେ ଆଜି ବାମନ ଜନ୍ମ ନୀତି ଅନୁଷ୍ଠିତ ହୋଇଛି। ସନ୍ଧ୍ୟା ୫ଟା ଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ସେପଟେ ସୁନିଆଁ ଅବସରରେ ରାଜନହରରେ ରାଜଗୁରୁ ଓ ଶାସନ ବ୍ରାହ୍ମଣ ମାନେ ଗଜପତିଙ୍କୁ ଆର୍ଶୀବାଦ ପ୍ରଦାନ କରିବା ସହ ଭେଟି ପ୍ରଦାନ କରିବାର ପରମ୍ପରା ରହିଛି। 

nis-ad
Leave A Reply

Your email address will not be published.