ଲଘୁଚାପ ଆଣୁଛି ବଡ଼ ବର୍ଷା, ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ

ଲଘୁଚାପ ଆଣୁଛି ବଡ଼ ବର୍ଷା। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ଟି ଘୂର୍ଣ୍ଣିବଳୟ । ଆଜି ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ। ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।  ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।  ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା ସମେତ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ସେହିପରି୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।  ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ୨୨ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା,ଅନୁଗୁଳ, ଢେଙ୍କାନାଳ, କଟକ ,ଜଗତସିଂହପୁର ଓ କେନ୍ଦ୍ରାପଡା ଏହି  ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ପାଣିପାଗ ବିଭାଗ ।  ଫଳରେ କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ପଡ଼ିବ ତାହା ପରବର୍ତ୍ତୀ ପର୍ଯ୍ୟାୟରେ ଜଣାପଡ଼ିବ।

nis-ad
Leave A Reply

Your email address will not be published.