ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା , ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅସୀମ ପଣ୍ଡା ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ I ଏହି ଅଭିଯୋଗ ଶୁଣାଣିର ସମୁଦାୟ ୬୧ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୫୮ ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୩ଟି । ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୩୦୦୦୦ ଟଙ୍କା ପ୍ରଦାନ କରାଯାଇଥିଲା I ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।

nis-ad
Leave A Reply

Your email address will not be published.