ରାଇଘରଠାରେ ନବରଙ୍ଗପୁର ଜିଲାପାଳଙ୍କ ଜନଶୁଣାଣି ଶିବିର

ନବରଙ୍ଗପୁର : ଆଜି ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର , ଏସ ଡି ପି ଓ ମଧୁସିକ୍ତା ମିଶ୍ର, ବି ଡି ଓ ରାଇଘର ଲକ୍ଷ୍ମୀ ସାଗର ମାଝୀ,ଡି ଏସ ଏସ ଓ ସୁଧାଂଶୁ ପାତ୍ର ଙ୍କ ସମେତ ସଂପୃକ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩ଜଣଙ୍କୁ ହୁଇଲ ଚେୟାର ଏବଂ ୨ ଜଣଙ୍କୁ ଟ୍ରାଇ ସାଇକଲ ପ୍ରଦାନ କରାଗଲା।ଏହି କାର୍ଯ୍ୟକ୍ରମରେ ରାଇଘର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

nis-ad
Leave A Reply

Your email address will not be published.