ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି  । ୨୭ ଯାଏ ପ୍ରବଳ ବର୍ଷିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଚେତାବନୀ ଦିଆଯାଇଛି  । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ୨୭ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ।

nis-ad
Leave A Reply

Your email address will not be published.