ଗାନ୍ଧୀ ଜୟନ୍ତୀ ପାଳନ ନେଇ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତା…

ମାଲକାନଗିରି, ୨୬/୯/୨୪ ଜିଲ୍ଲା ପ୍ରଶାସନ ପକ୍ଷରୁ ଅକ୍ଟୋବର ୨ ରେ ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ। ସେଥି ନିମନ୍ତେ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ, ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇଛି। ଆଜି ଜିଲ୍ଳାର ବିଭିନ୍ନ ବିଦ୍ୟାଳୟର ୬୫ ଜଣ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଭାଗ ନେଇଛନ୍ତି । ବକ୍ତୃତା ପ୍ରତିଯୋଗିତାରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ପ୍ରମିଳା ମାଝୀ, ଓଡ଼ିଆ ବିଭାଗ ଅଧ୍ୟାପିକା, ଇନ୍ଦୁରେଖା ପଟ୍ଟନାୟକ ଓ ସରୋଜ ପଟ୍ଟନାୟକ ବିଚାରକ ଥିଲେ। ଏହି କାର୍ଯ୍ୟକ୍ରମକୁ ଆୟୋଜନ କରିବାରେ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ, ଦୁଷ୍ମନ୍ତ ଜେନା ଓ ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ ଏବଂ ରଞ୍ଜନ ମହାନ୍ତି ସହଯୋଗ କରିଥିଲେ। ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମରେ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯିବ।

nis-ad
Leave A Reply

Your email address will not be published.