କ୍ଲଷ୍ଟରସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ କୃଷ୍ଣ ଗଡତିଆ ରାଏବଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସିଆରସିସି ବିକାଶ ଚନ୍ଦ୍ର ସାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ରାଏବଗା ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ବିକାଶ କୁମାର ବେକ୍ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଫିତା କାଟିବା ସହ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ | ଏବଂ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱର୍ଗତ କରିଥିଲେ |

ଏଥିରେ ମୁଖ୍ୟ ଅତିଥି ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ସଦାନନ୍ଦ ପ୍ରଧାନ ଯୋଗ ଦେଇ ସୁରଭିର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ | ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ସୁଶ୍ରୀ ଦରୋଥିଆ ଟପ୍ପୋ ଯୋଗ ଦେଇଥିଲେ ! ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିଭୀଷଣ ତନ୍ତି କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୪-୨୦୨୫ ର ଆୟାଜନ କରାଯାଇଥିଲା ! ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ସୋହଯୋଗ ଆରିଥିଲେ ! |

nis-ad
Leave A Reply

Your email address will not be published.