ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରାଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଫୁଲବାଣୀ କାର୍ମେଲ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପରିସର ମଧ୍ୟରେ ଥିବା ସଭାଗୃହ ପ୍ରକୋଷ୍ଠରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଦ୍ଵାରା ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଥିଲା ।ଉକ୍ତ ସଭାରେ ଶ୍ରୀମତୀ ଅନୁଶୀଲା ରୟ, ସଚିବ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀ, ଶ୍ରୀ ଅଶୋକ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ, ଫୁଲବାଣୀ, ଶ୍ରୀ ବି.ବି.ଦୀପ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଫୁଲବାଣୀ, ଡ଼ା. କଳ୍ପନା ଦଳାଇ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ, ଗୁମାଗଡ, ଶ୍ରୀମତୀ ଜ୍ୟୋତ୍ସ୍ନା ରାଣୀ ମହାନ୍ତି, ଗୋଷ୍ଠୀ ଜନ ସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ, ଗୁମାଗଡ ଓ କାର୍ମେଲ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ପରିଚାଳକ, ଫାଦାର ଚିତ୍ତରଞ୍ଜନ, ଉକ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ ।
ଏହି ସଭାରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଉପସ୍ଥାପନ କରାଯାଇଥିଲା । ବରିଷ୍ଠ ନାଗରିକଙ୍କୁ ଉପଯୁକ୍ତ ସେବା ଏବଂ ସୁରକ୍ଷା ପ୍ରଦାନ କରିବା ସହିତ, ସମାଜରେ ବରିଷ୍ଠ ବ୍ୟକ୍ତିମାନେ କେବଳ ବୟସରେ ବାରିଷ୍ଠ ନୁହନ୍ତି ବରଂ ସେମାନଙ୍କ ପାଖରେ ରହିଥିବା ଦୀର୍ଘ ବର୍ଷର ଅନୁଭୂତି ଓ ଅଭିଜ୍ଞତାରୁ ଶିକ୍ଷା ଲାଭ କରି ଯୁବ ସମାଜକୁ ଆଗକୁ ବଢିବାକୁ ହେବ ବୋଲି ଆଲୋଚନା ହୋଇଥିଲା
ଶ୍ରୀ ଅଶୋକ କୁମାର ପ୍ରଧାନ, ପାରା ଲିଗାଲ ସ୍ବେଚ୍ଛାସେବୀ ଉକ୍ତ ସଚେତନତା ଶିବିରକୁ ପରିଚାଳନା କରିଥିଲେ ।
Sign in
Sign in
Recover your password.
A password will be e-mailed to you.