ପୁରୁଣା ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ପରିସରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ ପାଳନ…

ମାଲକାନଗିରି, ୯।୧୦ ମାଲକାନଗିରି ଜିଲ୍ଲାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ ପାଳିତ ହୋଇ ଯାଇଛିା ପୁରୁଣା ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ମଧ୍ୟରେ ଥିବା ଉତ୍କଳମଣିଙ୍କ ପ୍ରତିମୂର୍ତିରେ ପ୍ରଦୀପ ପ୍ରଜ୍ଜଳନ କରି ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ତାଙ୍କ ସ୍ମୃତି ପ୍ରତି ଭକ୍ତିପୁତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଛିା ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସାଂସଦ ବଳଭଦ୍ର ମାଝୀ ଯୋଗଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଉପସ୍ଥିତ ଅତିଥି ମାନେ ଉତ୍କଳମଣୀଙ୍କ ଜୀବନୀ ସମ୍ପର୍କରେ ଉଦବୋଧନ ଦେଇଥିଲେ । ସେହିପରି ଏହି ଅବସରରେ ସମାଜ ଖବର କାଗଜ ଜିଲ୍ଲା ପ୍ରତିନିଧି ଗୋପୀ କୃଷ୍ଣ ପଟ୍ଟନାୟକ, ଅଧ୍ୟାପକ ରଞ୍ଜନ ସ୍ୱାଇଁ, ଶିକ୍ଷାବିତ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ଅବସର ପ୍ରାପ୍ତ ଅଧ୍ୟାପକ ସରୋଜ ସାହୁ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ର କର୍ମଚାରୀ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ଜଳନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅତିଥି ମାନେ ଉତ୍କଳମଣୀଙ୍କ ସମାଜ ପ୍ରତି ତ୍ୟାଗ, ଓ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।

nis-ad
Leave A Reply

Your email address will not be published.