ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଯାବତ ୧କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ।
ଏନସିପିଆଇ କ୍ଲିୟରାନ୍ସ ପରେ ଆଜି ୩୫ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି। କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଯେଉଁ ହିତାଧିକାରୀଙ୍କ ଆବେଦନରେ ତ୍ରୁଟି ଥିବ ଘରକୁ ଘର ଯାଇ, ବ୍ଲକ ବା ଜିଲା ପ୍ରଶାସନ ଜରିଆରେ ସଂଶୋଧନ କରାଯିବ। ଯେଉଁମାନେ ଟଙ୍କା ପାଇନାହାଁନ୍ତି ବାରମ୍ବାର ଆବେଦନ କରିବା ଅନାବଶ୍ୟକ। ଆଉ ଆବେଦନ ନକରି ତ୍ରୁଟି କଣ ରହିଛି ତାକୁ ସଂଶୋଧନ କରନ୍ତୁ।

nis-ad
Leave A Reply

Your email address will not be published.