ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର : ଆଜି ବିଜୟା ଦଶମୀ ।  ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ । ଆଜି ମହିଷାସୁରକୁ ବଧ କରିବେ ମା’ ଦୁର୍ଗା । ମା’ ଜଗଜ୍ଜନନୀଙ୍କ ଆଗମନରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ।  ପୂଜା ମଣ୍ଡପରେ ମା’ଦୁର୍ଗା ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି । ପାରମ୍ପରିକ ରୀତିନୀତି ଅନୁଯାୟୀ ଚାଲିଛି ମା’ଙ୍କ ପୂଜାର୍ଚ୍ଚନା । ଘଣ୍ଟ, ଘଣ୍ଟା, ହୁଳହୁଳିରେ କମ୍ପୁଛି ଚାରିଆଡ଼ । ରଙ୍ଗୀନ ଆଲୋକମାଳାରେ ମଣ୍ଡପ ଓ ପୀଠଗୁଡ଼ିକ ଝଲସୁଛି । ସୁଉଚ୍ଚ ତୋରଣ ଓ ସାଜସଜ୍ଜାରେ ଆଖି ଲାଖି ଯାଉଛି । ମଣ୍ଡପରେ ଝଲସୁଛି ମାଆଙ୍କ ମୃଣ୍ମୟୀ ମୂର୍ତ୍ତି । ମାଆଙ୍କ ଦର୍ଶନ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ସକାଳୁ ସକାଳୁ ବିଭିନ୍ନ ପୂଜାମଣ୍ଡପ ଓ ପୀଠରେ ଗହଳିଚହଳି । ମାଆଙ୍କ ନିକଟରେ ପୂଜାର୍ଚ୍ଚନା ସହ ଆଶୀର୍ବାଦ ଭିକ୍ଷା କରୁଛନ୍ତି ଶ୍ରଦ୍ଧାଳୁ।

ପୁରାଣରେ ବର୍ଣ୍ଣିତ ଅଛି ଯେ, ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା’ ଦୁର୍ଗତିନାଶିନୀ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ । ଶେଷରେ ଦେବୀ ସିଂହବାହିନୀ ମହିଷାସୁର ସହ ଯୁଦ୍ଧ କରିଥିଲେ । ଦେବୀ ଶୂଳଦ୍ବାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଡଦ୍ବାରା ଶିରଚ୍ଛେଦ କଲେ । ପାପୀ ମହିଷାସୁରକୁ ବଦ୍ଧ କରି ବ୍ରାହ୍ମଣ୍ଡରେ ଶାନ୍ତି ପ୍ରତିଷ୍ଠା କରିଥିଲେ ।

nis-ad
Leave A Reply

Your email address will not be published.