ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍‌ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି ସତର୍କ କରାଇଛନ୍ତି ଶ୍ରମନ୍ଦିର ପ୍ରଶାସକ ।

ଏଥର ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ହେବ। ଘିଅ ଦାମ୍‌ ହ୍ରାସ ପାଇଁ ନିଯୋଗ ଅନୁରୋଧ କରିଥିବା ଜଣାଇଲେ ପ୍ରଶାସକ । ଅନ୍ୟ ଘିଅ ଶ୍ରୀମନ୍ଦିର ଭିତରକୁ ନିଷେଦ୍ଧ, ଯଦି କେହି ଅନ୍ୟ ଘିଅ ଦେଉଳ ଭିତରକୁ ନିଅନ୍ତି ତେବେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ଚେତାବନୀ ରହିଛି। ତିରୁପତି ମଦିର ପ୍ରସାଦକୁ ନେଇ ବିବାଦ ଦେଖାଦେବା ପରେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇଥିଲା ।

ଶ୍ରୀମନ୍ଦିର ମଧ୍ୟରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଥିବା ବେଳେ ଏନେଇ ସହଯୋଗ ପ୍ରଦାନ କରିବାକୁ ଓମେଫେଡକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀଜଗନ୍ନାଥ ମନ୍ଦିର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ସକାଶେ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୂରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ ବୋଲି ମୁଖ୍ୟ ପ୍ରଶାସକ ଗୁରୁତ୍ବାରୋପ କରିଛନ୍ତି। ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି ।

nis-ad
Leave A Reply

Your email address will not be published.