ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର ।

ଖବର ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ ୫ ଜଣ ଦୁର୍ବୃତ୍ତ ବାଇକରେ ଆସି ସରପଞ୍ଚ ମମତା ନାହାକଙ୍କ ଘର ଉପରକୁ ୨ଟି ବୋମା ପକାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି ।

ତେବେ ପୂର୍ବ ଶତ୍ରୁତା ପାଇଁ ଦୁର୍ବୃତ୍ତମାନେ ଏପରି କାଣ୍ଡ ଘଟାଇଛନ୍ତି କିମ୍ବା ଅନ୍ୟ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ । ଗାଁରେ ୧ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଥିବାବେଳେ, ଦୁର୍ବୁତ୍ତଙ୍କୁ ଖୋଜୁଛି ପୋଲିସ ।

nis-ad
Leave A Reply

Your email address will not be published.