ଆସନ୍ତା ୧୮ରୁ ଶ୍ରୀମନ୍ଦିରକୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ ଅନୁମତି

ପୁରୀ : ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । କାର୍ତ୍ତିକ ମାସରେ ଶ୍ରଦ୍ଧାଳୁ ଓ ହବିଷ୍ୟାଳିଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ।  ଶ୍ରୀମନ୍ଦିରକୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ କରିବେ ଭକ୍ତ ଓ ଶ୍ରଦ୍ଧାଳୁ ।  ଆସନ୍ତା ୧୮ରୁ କେବଳ ସିଂହଦ୍ବାର ଓ ପଶ୍ଚିମଦ୍ବାର ଦେଇ ପ୍ରବେଶ ଅନୁମତି । 

ସିଂହଦ୍ବାର ବ୍ୟତୀତ ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିପାରିବେ ଶ୍ରଦ୍ଧାଳୁ । ସିଂହଦ୍ବାର ଦେଇ ପ୍ରସ୍ଥାନକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ‘X’ରେ ପୋଷ୍ଟ କରି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ସୂଚନା ଦେଇଛନ୍ତି।

nis-ad
Leave A Reply

Your email address will not be published.