‘ଦାନା’ ପାଇଁ ୩୦ ଜିଲ୍ଲାରେ ମୁତୟନ ରହିବେ ଓଡ୍ରାଫ୍‌ ଟିମ୍‌, ଭୟଭୀତ ହୁଅନ୍ତୁ ନାହିଁ

ଭୁବନେଶ୍ବର: ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅଧିକ ଘନୀଭୂତ ହୋଇ ୨୨ରେ ଅର୍ଥାତ୍ ଆସନ୍ତାକାଲି ଅବପାତର ରୂପ ନେବ। ପରେ ୨୩ ତାରିଖରେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋସାଗରରେ ବାତ୍ୟା ‘ଦାନା’ ରୂପ ନେବେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଯାହା ଆସନ୍ତା ୨୪ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଯାହାକୁ ନେଇ ଏବେ ଓଡିଶାବାସୀଙ୍କ ମନରେ ପଶିଛି ଛନକା ।

ଯାହାକୁ ନେଇ ରାଜ୍ୟବାସୀଙ୍କୁ ଭୟଭୀତ ନହେବା ସହିତ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ବୋଲି ସୁଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଏନେଇ ମନ୍ତ୍ରୀ କହିଛନ୍ତି, ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ । ଭୟଭୀତ ହୁଅନ୍ତୁନାହିଁ । ମୁଖ୍ୟ ସଚିବ, ଏସ୍‌ଆର୍‌ସି ସମୀକ୍ଷା କରିଛନ୍ତି, ମୁଁ ବି ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେଁ, ପୂରା ୩୦ ଜିଲ୍ଲାରେ ପ୍ରସ୍ତୁତି ବ୍ୟାପକ ରହିବ । ୩୦ ଜିଲ୍ଲାରେ ଓଡ୍ରାଫ୍‌ ଟିମ୍‌ ମୁତୟନ ରହିବେ । ଏଥିପାଇଁ ଆଗୁଆ ଏନ୍‌ଡିଆର୍‌ଏଫ୍‌କୁ ଆଲର୍ଟ ରଖାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି । ଟ୍ରଲରମାଲିକ ଯଦି ଜୋର୍‌ କରି ପଠାନ୍ତି, ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ । ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ । ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।

nis-ad
Leave A Reply

Your email address will not be published.