ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ସବୁ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ପୂର୍ବ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  ଜିଲ୍ଲାପାଳମାନଙ୍କ ପାଇଁ ଆଡଭାଇଜରି ଜାରି ହୋଇଛି । ସବୁ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଥିବା କହିଛନ୍ତି ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଯେଉଁମାନେ ଛୁଟିରେ ଅଛନ୍ତି ତୁରନ୍ତ ଯୋଗଦେବାକୁ କୁହାଯାଇଛି । ସବୁ ପରିସ୍ଥିତିର ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ ବୋଲି କହିଛନ୍ତି ମନ୍ତ୍ରୀ । ଭୟଭୀତ ହୁଅନ୍ତୁନି, ସମସ୍ତେ ସତର୍କ ରୁହନ୍ତୁ ବୋଲି ପରାମର୍ଶ ଦେଇଛନ୍ତି । ରକ୍ଷା କବଚ ଭାବେ କାର୍ଯ୍ୟ କରିବେ ଓଡ଼ିଶା ସରକାର।

nis-ad
Leave A Reply

Your email address will not be published.