ଆସନ୍ତାକାଲି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ କରିବେ ସ୍ଥିତି ଅନୁଧ୍ୟାନ

ଭୁବନେଶ୍ୱର : ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ  । ଆସନ୍ତାକାଲି ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଆକାଶମାର୍ଗରୁ ବାତ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କରିବେ । ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ଜିରୋ କାଜୁଆଲିଟି ଲକ୍ଷ୍ୟ ସଫଳ ହୋଇଥିବା କହିଛନ୍ତି ମୋହନ ।  ବାତ୍ୟା ପରବର୍ତ୍ତୀ ସ୍ଥିତି ଆକଳନ ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି  ।

ସେହିପରି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଥିଲେ ।  ଏଥିରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ୱାଇ ବି ଖୁରାନିଆ ଓ ସ୍ୱତନ୍ତ୍ର ରିଲିଫ୍ପ୍ରକମିଶନର ମୁଖ୍ୟ ଉପସ୍ଥିତ ଥିଲେ । ବାତ୍ୟା ମୁକାବିଲାରେ ଆମେ ସଫଳ ହୋଇଛୁ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

ଜିରୋ କାଜୁଆଲିଟି ଲକ୍ଷ୍ୟ ସଫଳ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟାରେ କେହି ମୃତାହତ ହୋଇନାହାଁନ୍ତି ।  ୬ ହଜାରରୁ ଉର୍ଦ୍ଧ ର୍ଗଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା ।  ଗତକାଲି ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି ।  ଉଭୟ ମା’ଓ ଶିଶୁ ସୁସ୍ଥ ଅଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ପରର୍ବତ୍ତୀ ସ୍ଥିତି ଆକଳନ ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । କ୍ଷୟକ୍ଷତି ଆକଳନ ନେଇ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

nis-ad
Leave A Reply

Your email address will not be published.