ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର, ତା ୨୮.୧୦.୨୦୨୪ ରିଖ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ମଧୁମିତା, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାଂଶୁ କୁମାର ଭୋଇ ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ I ଏହି ଅଭିଯୋଗ ଶୁଣାଣିର ସମୁଦାୟ ୮୧ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୭୩ ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୮ଟି । ଦୁଇଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୬୦୦୦ ଟଙ୍କା ପ୍ରଦାନ କରାଯାଇଥିଲା I ଗଞ୍ଜାମ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତ୍ଵରିତ ୮ଟି ଅଭିଯୋଗ ଫଏସଲା କରିଥିଲେ I ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।

nis-ad
Leave A Reply

Your email address will not be published.