ପୁରୀ : ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ନୂଆବର୍ଷରୁ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି। ସେ ଆହୁରି କହିଛନ୍ତି ଯେ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ ନାହିଁ । ପ୍ରାଥମିକ ଆଲୋଚନାରୁ କୌଣସି ଗୁପ୍ତ କୋଠାରୀ ବା ସୁଡଙ୍ଗ ନଥିବା ପ୍ରାୟତଃ ଜଣାପଡିଛି ।
ଜିପିଆର ସର୍ଭେର ଚୂଡାନ୍ତ ରିପୋର୍ଟ ଖୁବ୍ ଶୀଘ୍ର ଆସିବ। ଏହି ରିପୋର୍ଟକୁ ଅପେକ୍ଷା କରିଛୁ । ରତ୍ନ ଭଣ୍ଡାରରେ ଫାଟ ରହିଥିବା ସ୍ପଷ୍ଟ ହୋଇଛି । କାର୍ତ୍ତିକ ମାସ ଚାଲିଥିବାରୁ ଶ୍ରୀମନ୍ଦିର ଭିଡ଼ ରହୁଛି। ଏଥିପାଇଁ କାର୍ତ୍ତିକ ମାସ ସରିବା ପରେ ଏକ ମାସ ଧରି ମରାମତି କାମ କରିବ ASI। ମରାମତି ସରିବା ପରେ ରତ୍ନ ଅଳଙ୍କାର ଗଣତି କରାଯିବ । ପୁରୁଣା ତାଲିକା ସହ ମ୍ୟାଚ କରଯାଇ ୭ ଦିନ ଭିତରେ ରିପୋର୍ଟ ପ୍ରକାଶ କରାଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।