ହିତାଧିକାରୀଙ୍କ ପାଇଁ ଖୁସିର ଖବର, ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ହିତାଧିକାରୀଙ୍କ ପାଇଁ ଖୁସିର ଖବର ।  ନୂଆବର୍ଷରୁ ମିଳିବ ନୂଆ ରାସନ କାର୍ଡ  ।  ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ ।  ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ।  ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।

ଏବେ ବି ଇ-କେୱାଇସି ପ୍ରକ୍ରିୟା ଜାରି ରହିଥିବା ବେଳେ ଆଉ କିଛି ଦିନ ପରେ ଏହା ଶେଷ ହେବ ।  ପ୍ରକ୍ରିୟା ଶେଷ ହେଲା ପରେ ରାଜ୍ୟରେ କେତେ ଜଣ ଲୋକ ରାସନକାର୍ଡରେ ସାମିଲ ହୋଇଛନ୍ତି, ଏହାର ତାଲିକା ପ୍ରସ୍ତୁତ ହେବ । ଇ-କେୱାଇସି ଯାଞ୍ଚ ସରିବା ପରେ ହିତାଧିକାରୀମାନଙ୍କୁ ଜାନୁଆରୀରେ ମିଳିବ ନୂଆ ରାସନ କାର୍ଡ । ୨୦୨୫ ଜାନୁଆରୀରେ ସମସ୍ତଙ୍କୁ ନୂଆ ରାସନ କାର୍ଡ ମିଳିବାକୁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର ।

nis-ad
Leave A Reply

Your email address will not be published.