ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ, ଆସନ୍ତାକାଲି ମହାପ୍ରଭୁଙ୍କ ପଇତାଲାଗି ନୀତି

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଶ୍ରୀଜୀଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି ନୀତି କରାଯାଏ ।

ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ ।

nis-ad
Leave A Reply

Your email address will not be published.