ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ସୋମବାର ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା ଦସ୍ତଗୀର ମିଳିତ ଅଭିଯୋଗ ଶୁଣାଣିରେ ଯୋଗ ଦେଇଥିଲେ I ଏହି ଅଭିଯୋଗ ଶୁଣାଣିର ସମୁଦାୟ ୭୬ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ବ୍ୟକ୍ତିଗତ ଅଭିଯୋଗ ୬୬ ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୧୦ଟି ରହିଥିଲା । ତିନିଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୨୦୦୦୦ ଟଙ୍କା ପ୍ରଦାନ କରାଯାଇଥିଲା I ଗଞ୍ଜାମ ଜିଲ୍ଲାପାଳ ତ୍ଵରିତ ୮ଟି ଅଭିଯୋଗ ଫଏସଲା କରିଥିଲେ ଜିଲ୍ଲାପାଳ I ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଗଞ୍ଜାମ ଜିଲ୍ଲାପାଳ ଶ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀ ମାନେ ଓ ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.