ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି। କିଏ ପାଇବେ ଏହି ଆସନ ସେନେଇ ଆରମ୍ଭ ହୋଇଛି କଳ୍ପନାଜଳ୍ପନା।

ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି।

ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତରେ ସେ ବିଜେପିରେ ଯୋଗ ଦେଇଥିଲେ।

nis-ad
Leave A Reply

Your email address will not be published.