ପୁରୀ: ଆସନ୍ତା ୧୬ରୁ ରତ୍ନଭଣ୍ଡାର ମରାମତି ପାଇଁ ଦିନ ଧାର୍ଯ୍ୟ । ଦିନ ଧାର୍ଯ୍ୟ ନେଇ ଏଏସଆଇ ଅଧୀକ୍ଷକଙ୍କ ପକ୍ଷରୁ ସୂଚନା । ଏନେଇ ନୀତି ସବ୍ କମିଟି ବୈଠକରେ ଅଧିକ ନିଷ୍ପତ୍ତି ନିଆଯିବ । ୧୬ରୁ କାମ ଆରମ୍ଭ କରିବା ନେଇ ଦିନ ଧାର୍ଯ୍ୟ କରାଯାଇଛି । ମରାମତି ପାଇଁ ଦୈନିକ ୫ରୁ ୬ ଘଣ୍ଟା ସମୟ ଲାଗିବ । ପ୍ରଥମେ ବାହାର ପରେ ଭିତର ରତ୍ନଭଣ୍ଡାର କାମ କରାଯିବ । କୌଣସି ସ୍ଥାନରେ ପଥର ବଦଳାଇବାକୁ ଆବଶ୍ୟକ ଥିଲେ ବଦଳାଯିବ ବୋଲି କହିଛି ଏସଆଇ ।
ଗତ ଜୁଲାଇ ମାସରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ଖୋଲାଯାଇଥିଲା । ରତ୍ନଭଣ୍ଡାରରେ ଥିବା ସମସ୍ତ ଅଳଙ୍କାରକୁ ସିନ୍ଧୁକରେ ନେଇ ଶ୍ରୀମନ୍ଦିରରେ କରାଯାଇଥିବା ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି । ପୂର୍ବରୁ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାର ମରାମତି କରାଯିବ ବୋଲି କୁହାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇନାହିଁ ।
ସେପଟେ ଆସନ୍ତା ୧୬ ତାରିଖରୁ ଶ୍ରୀ ମନ୍ଦିରରେ ପହିଲି ଭୋଗ ନୀତି ଆରମ୍ଭ ହେବ । ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଏହି ନୀତି କରାଯିବ । ସେଥିପାଇଁ ଶ୍ରୀ ମନ୍ଦିରରେ ଗହଳି ମଧ୍ୟ ହେବ । ସେପଟେ ଆଗକୁ ନୂଆବର୍ଷ ଥିବାରୁ ଭକ୍ତଙ୍କ ଗହଳି ବଢିବ । ଏଭଳି ସ୍ଥିତିରେ ଭକ୍ତଙ୍କ ସୁରକ୍ଷା ଏବଂ ସୁବିଧାକୁ ଦୃଷ୍ଟିରେ ରଖି ମରାମତି କାର୍ଯ୍ୟ କରାଯିବ । ଡିସେମ୍ବର ୩୧ ତାରିଖ ସୁଦ୍ଧା ଏହି ମରାମତି କାର୍ଯ୍ୟ ଶେଷ ହେବ । ଏହାସହିତ ରତ୍ନଭଣ୍ଡାର ଗଣତି ମଣତି ମଧ୍ୟ ଶେଷ ହେ ବୋଲି ପୂର୍ବରୁ ସୂଚନା ଦେଇଥିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।