ଭୁବନେଶ୍ବରରେ ନିର୍ମାଣ ହେବ ନୂଆ ସଡ଼କ, ଫ୍ଲାଇ ଓଭର ଏବଂ ରିଂ ରୋଡ

ଭୁବନେଶ୍ବର : ଭୁବନେଶ୍ବରରେ ନିର୍ମାଣ ହେବ ନୂଆ ସଡ଼କ, ଫ୍ଲାଇ ଓଭର ଏବଂ ରିଂ ରୋଡ । ସହରରେ ଜନସଂଖ୍ୟା ବଢୁଥିବାରୁ ଆବଶ୍ୟକତା ପୂରଣ ପାଇଁ ଗାଡ଼ି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁତ୍ବାରୋପ କରିଛନ୍ତି । ଏଥିପାଇଁ ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଂ ରୋଡ ନିର୍ମାଣ ପାଇଁ ଯୋଜନା କରାଯାଇଛି ।

ପୂର୍ତ୍ତ ବିଭାଗ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହର ପାଇଁ ବିଭିନ୍ନ ସଡ଼କ ପ୍ରକଳ୍ପ ଯୋଜନା ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ପ୍ରେଜେଣ୍ଟଟେସନ ରଖାଯାଇଥିଲା । ଏଥିରେ ଜୟଦେବ ବିହାର-ନନ୍ଦନକାନନ ନୂତନ ରାସ୍ତା, ଦୟା ୱେଷ୍ଟ କେନାଲ ଉପରେ ପଟିଆ ଷ୍ଟେସନ ଛକ ଠାରୁ ଜାତୀୟ ରାଜପଥ-୧୬ ପର୍ଯ୍ୟନ୍ତ ରିଂରୋଡ, ସୁନ୍ଦରପଦା-ଜଟଣୀ ରାସ୍ତାର ଉନ୍ନତିକରଣ, ପିତାପଲ୍ଲୀ-ତ୍ରିଶୂଳିଆ ରାସ୍ତାର ଇନ୍ ଷ୍ଟିଚ୍ୟୁଟ ଅଫ ମାଥମେଟିକ୍ ସ ଠାରୁ ଏକାମ୍ର କାନନ ପର୍ଯ୍ୟନ୍ତ ନୂତନ ରାସ୍ତା, କଳ୍ପନା ଛକ-ମ୍ୟୁଜିଅମ-ରବି ଟକିଜ ନୂତନ ଫ୍ଲାଇ ଓଭର, ଶିଶୁଭବନ-ମାଉସୀମା ମଧ୍ୟରେ ଆଉ ଏକ ROB, ତମାଣ୍ଡୋ-ଚନ୍ଦକା-ବାରଙ୍ଗ-ଧଉଳି-ତମାଣ୍ଡୋ ପର୍ଯ୍ୟନ୍ତ ରିଙ୍ଗ ରୋଡ ନିର୍ମାଣ ବିଷୟରେ ପୂର୍ତ୍ତ ବିଭାଗର ପକ୍ଷରୁ ପ୍ରସ୍ତାବିତ ତଥ୍ୟ ଉପସ୍ଥାପନ କରାଯାଇଥିଲା। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ବର-କଟକ-ପୁରୀ ଇକୋନୋମିକ୍ ରିଜିଅନ ଗଠନ ଏବଂ ଗ୍ରେଟର ଭୁବନେଶ୍ବର ଗଠନ ସଂପର୍କିତ ବିସ୍ତୃତ ତଥ୍ୟ ଉପସ୍ଥାପନ କରାଯାଇଥିଲା।

nis-ad
Leave A Reply

Your email address will not be published.