ଜାନୁଆରୀରେ ବିଜେଡିର ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ବର: ଆସନ୍ତା ବର୍ଷ ଜାନୁଆରୀରେ ହେବ ବିଜେଡିର ସାଙ୍ଗଠନିକ ନିର୍ବାଚନ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ସଭ୍ୟ ସଂଗ୍ରହ ଅଭିଯାନ ଭଲ ଭାବେ ଚାଲିଛି । ଡିସେମ୍ବର ୨୧ ସୁଦ୍ଧା ଟାର୍ଗେଟ ହାସଲ କରିବାକୁ କୁହାଯାଇଛି । ଏନେଇ ଆଜି ସୂଚନା ଦେଇଛନ୍ତି ବିଜେଡି ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ ।

ଏହା ପରେ ସବୁଆଡୁ ରିପୋର୍ଟ ଆସିବା ପରେ ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର ଯାଞ୍ଚ କରି ରିପୋର୍ଟ ଦଳୀୟ ସଭାପତିଙ୍କୁ ଦେବେ । ତାପରେ ଚୂଡାନ୍ତ ସଭ୍ୟ ତାଲିକା ପ୍ରକାଶ ପାଇବ । ୨୪ ଜଣ ପ୍ରାଥମିକ ସଦସ୍ୟରେ ଜଣେ ସକ୍ରିୟ ସଦସ୍ୟ ରହିବେ । ତେବେ ସାଙ୍ଗଠନିକ ନିର୍ବାଚନ ପରେ ମଧ୍ୟ ବର୍ଷ ତମାମ ସଭ୍ୟ ସଂଗ୍ରହ ହୋଇ ପାରିବ । ୱାର୍ଡ କମିଟି ଅନେକ ସ୍ଥାନରେ ଗଠନ ସରିଲାଣି ବୋଲି ଅତନୁ ସୂଚନା ଦେଇଛନ୍ତି ।

nis-ad
Leave A Reply

Your email address will not be published.