ଭୁବନେଶ୍ୱର; ଆସନ୍ତା କାଲିଠୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଆସନ୍ତା କାଲିଠୁ ୨୧ ଯାଏଁ ରାଜସ୍ଥାନରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ପରେ ଦିଲ୍ଲୀରେ ୫୫ତମ ଜିଏସଟି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ l
ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି । ୨୧ତାରିଖ ଦିନ ସେ ରାଜସ୍ଥାନରୁ ଦିଲ୍ଲୀ ଗସ୍ତ କରିବେ l ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ GST ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏହାସହ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟି ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ସେହିଭଳି ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ଭାଗ ନେବେ ମୁଖ୍ୟମନ୍ତ୍ରୀ । ୨୩ ତାରିଖ ଦିନ ସେ ଦିଲ୍ଲୀରୁ ଭୁବନେଶ୍ୱର ଫେରିବେ l