ନବୀନଙ୍କ ମୁହଁରେ ନିର୍ବାଚନ ପରାଜୟର କାରଣ, କହିଲେ- ‘ଆମେ ହାରି ନାହୁଁ କି ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ’

ଭୁବନେଶ୍ବର ୨୬।୧୨: ବିଜେଡ଼ିର ପ୍ରତିଷ୍ଠା ଦିବସରେ ନିର୍ବାଚନ ପରାଜୟର କାରଣ କହିଲେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ମୁଁ ଜାଣିଛି ବହୁତ ଲୋକଙ୍କର ପ୍ରଶ୍ନ ଅଛି ଯେ ଗତ ନିର୍ବାଚନରେ ଆମେ କେମିତି ହାରିଲୁ । ମୁଁ ଆଜି ତାର ଉତ୍ତର ଦେବି । ମୁଁ କହିବି ଆମେ ହାରି ନାହୁଁ । ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ । ବିଜେପି ମିଛ କଥା କହି, ମିଛ ପ୍ରତିଶୃତି ଦେଇ, ଲୋକଙ୍କୁ ଭୁଆଁ ବୁଲାଇ ସରକାରକୁ ଆସିଛି । ଏତେ ମିଛ କହି ମଧ୍ୟ ବିଜେପି ଆମ ଠାରୁ କମ୍‌ ଭୋଟ୍‌ ପାଇଛି । 

ଆମର ଭୁଲ୍‌ ହେଲା ଆମେ ସେମାନଙ୍କ ମିଛର ଠିକ୍‌ ଭାବରେ କାଉଣ୍ଟର କରିପାରିଲୁ ନାହିଁ । ସେମାନଙ୍କ Negative campaign ଓ Social Media ରେ False narratives ର  ଠିକ୍‌   ଭାବରେ  ଆମେ କାଉଣ୍ଟର କରିପାରିଲୁ ନାହିଁ ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆଜି ଓଡିଶାବାସୀ ଜାଣିଲେଣି ଯେ ବିଜେପି ମିଛ କଥା କହି କ୍ଷମତା ଦଖଲ କରିଛି । ତେଣୁ କର୍ମୀ ଭାଇ ଭଉଣୀ ମାନଙ୍କୁ  ସୋସିଆଲ ମିଡିଆରେ ସକ୍ରିୟ ରହି ବିଜେପିର ଫଲ୍ସ ନ୍ୟାରେଟିଭ୍‌ର ଉଚିତ ଜବାବ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । 

ବର୍ତ୍ତମାନ ଓଡିଶାରେ ଚାଲିଥିବା ସରକାର ବିଷୟରେ ନବୀନ ପଟ୍ଟନାୟକ କହିଥିଲେ ଯେ, ଗତ ୬ ମାସ ଭିତରେ ବିଜେପି ସରକାରର ଓଡିଶାବାସୀଙ୍କ ପାଇଁ ସବୁଠାରୁ ବଡ ଉପହାର ହେଉଛି ଦରଦାମ ବୃଦ୍ଧି । ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ, ପନିପରିବା ସବୁ ଦର ଆଜି ଆକାଶ ଛୁଆଁ । ଦରବୃଦ୍ଧି ପାଇଁ ଆଜି ପ୍ରତି ପରିବାର କାନ୍ଦୁଛି । ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀ କାନ୍ଦୁଛି । ମିଶନ ଶକ୍ତି ମା’ ମାନେ ଦୁଃଖ ରେ ଅଛନ୍ତି ।  ଲୋକଙ୍କ ଏତେ କଷ୍ଟ ପରେ ଏ ସରକାରର କୁମ୍ଭକର୍ଣ୍ଣ ନିଦ କେବେ ଭାଙ୍ଗିବ ? ବୋଲି ଶ୍ରୀ ପଟ୍ଟନାୟକ ପ୍ରଶ୍ନ କରିଛନ୍ତି । 

ନିନ୍ଦୁକ ମାନଙ୍କୁ  କଡା ଜବାବ ଦେଇ ନବୀନ ପଟ୍ଟନାୟକ କହିଥିଲେ, ୧୯୯୭ରେ ଆମ ଦଳ ଗଠନ ବେଳେ ଯେମିତି କିଛି ଲୋକ କହୁଥିଲେ ଏ ଦଳର ଭବିଷ୍ୟତ ନାହିଁ ।  ଏବେ ବି କିଛି ନିନ୍ଦୁକ କହୁଛନ୍ତି  ଯେ, ଏ ଦଳର ଭବିଷ୍ୟତ ନାହିଁ । ମୁଁ ଦୃଢତାର ସହ କହିବାକୁ ଚାହେଁ ଯେ ବିଜୁ ଜନତା ଦଳର ଉଜ୍ଜଳ ଭବିଷ୍ୟତ ରହିଛି । ଓଡିଶାବାସୀଙ୍କ   ଭାବାବେଗ ସହ ବିଜୁ ଜନତା ଦଳ ଯୋଡି ହୋଇ ରହିଛି । ଶଙ୍ଖ ଚିହ୍ନ ଯୋଡି ହୋଇ ରହିଛି । ଓଡିଶାର ପରିଚୟକୁ ଉଜ୍ଜଳ କରିଛି ବିଜୁ ଜନତା ଦଳ । ଓଡିଶାର ହକ୍‌ ପାଇଁ ଲଢୁଥିବା ଦଳ ହେଉଛି ବିଜୁ ଜନତା ଦଳ । ଏକ ସଶକ୍ତ ଓ ସମୃଦ୍ଧ ଓଡିଶାର ଭିତ୍ତି ପକାଇଛି ବିଜୁ ଜନତା ଦଳ । ଲୋକଙ୍କ ହୃଦୟରେ ସବୁଦିନ ପାଇଁ ରହି ଯାଇଛି ବିଜୁ ଜନତା ଦଳ ଓ ଶଙ୍ଖ ଚିହ୍ନ । 

nis-ad
Leave A Reply

Your email address will not be published.