ଶନିବାର ଭୁବନେଶ୍ୱର ଆସିବେ ଅମିତ ଶାହ, ଗୁରୁତ୍ୱପୂର୍ଣ୍ଣ ବୈଠକରେ ହେବେ ସାମିଲ

ଭୁବନେଶ୍ୱର ୨୬।୧୨ : ୨୮ ସନ୍ଧ୍ୟାରେ ଭୁବନେଶ୍ବର ଗସ୍ତରେ ଆସିବେ ଶାହ। ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଏହାପରେ ୨୯ ତାରିଖ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ। ଏହି ଅବସରରେ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ।

ସେହିପରି ୨୯ ତାରିଖ ସକାଳେ ଭୁବନେଶ୍ଵରରେ ରହି ଦିଲ୍ଲୀ ରାଷ୍ଟ୍ରୀୟ ବିଜେପି କାର୍ଯ୍ୟାଳୟରେ ହେବାକୁ ଥିବା ବୈଠକରେ ସାମିଲ ହେବେ । ଭିସି ମାଧ୍ୟମରେ ବୈଠକରେ ଯୋଗଦେବେ ଅମିତ ଶାହ । ସେହି ବୈଠକରେ ସବୁ ରାଜ୍ୟର ସଭାପତି, ସଙ୍ଗଠନ ମହାମନ୍ତ୍ରୀ, ପ୍ରଭାରୀ, ସହ ପ୍ରଭାରୀ ଓ ରାଷ୍ଟ୍ରୀୟ ପଦାଧିକାରୀମାନେ ଉପସ୍ଥିତ ରହିବେ ବୋଲି କହିଛନ୍ତି ।

nis-ad
Leave A Reply

Your email address will not be published.