ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ୧୩ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ କରିଥିବା କହିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ମଧ୍ୟ ଅଛନ୍ତି।
ଏହି ୧୩ ନକ୍ସଲ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। ଟପ ମାଓ ନେତା CCM ଉଦୟର ଅଙ୍ଗରକ୍ଷୀ ମୁନ୍ନା ଏବଂ ସୁଖରାମ ନାଁରେ ୫ ଲକ୍ଷ ଟଙ୍କା ପୁରସ୍କାର ଥିଲା। ଆତ୍ମସମର୍ପଣ ପରେ ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ। ପ୍ରୋତ୍ସାହନ ରାଶି ହିସାବରେ ସମସ୍ତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦିଆଯାଇଛି।
ସେହିପରି ଏସଟିଏଫ୍, ଡିଆରଜି, ବସ୍ତର ଫାଇଟର ଏବଂ ସିଆରପିଏଫ୍ ମିଳିତ ଉଦ୍ୟମ ଯୋଗୁଁ ଏହି ସଫଳତା ମିଳିଥିବା ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ। ସମସ୍ତ ନକ୍ସଲବାଦୀ ଅଞ୍ଚଳରେ ମାଓ କାର୍ଯ୍ୟକଳାପରେ ସକ୍ରିୟ ଭାବରେ ଜଡିତ ଥିଲେ ଏବଂ ସୁରକ୍ଷା ବାହିନୀକୁ ଟାର୍ଗେଟ କରିବା ପାଇଁ ଷଡ଼ଯନ୍ତ୍ରରେ ଲିପ୍ତ ଥିଲେ। ତାଙ୍କ ବିରୁଦ୍ଧରେ ବିଭିନ୍ନ ଥାନାରେ ଅନେକ ଗୁରୁତର ଅପରାଧିକ ମାମଲା ରୁଜୁ ହୋଇଛି। ସରକାର ଏବେ ସେମାନଙ୍କ ପୁନର୍ବାସ ପାଇଁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବେ ଏବଂ ସେମାନଙ୍କୁ ଯୋଜନା ଅଧୀନରେ ସମସ୍ତ ସୁବିଧା ଯୋଗାଇ ଦିଆଯିବ।