ଟୁଇନ ସିଟି ପରେ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର, ଦୂର ହେବ ସହରାଞ୍ଚଳ ଟ୍ରାଫିକ ସମସ୍ୟା :ମନ୍ତ୍ରୀ

ଭୁବନେଶ୍ୱର : ନିର୍ମାଣ ହେବ ଅଧିକ ନୂଆ ଓଭର ବ୍ରିଜ। ରାଜ୍ୟ ସରକାର ଏଥିପାଇଁ ପ୍ରାରମ୍ଭିକ ଯୋଜନା ଆରମ୍ଭ କରିଛନ୍ତି । ବିଭିନ୍ନ ସ୍ଥାନରେ ରିଂ ରୋଡ଼ ଓ ଓଭର ବ୍ରିଜ କିପରି ଓ କେମିତି ନିର୍ମାଣ କରାଯାଇ ପାରିବ ସେ ନେଇ ମୁଖ୍ୟମନ୍ତ୍ରୀ ଦୁଇ ଥର ବୈଠକ ଡାକି ଆଲୋଚନା କରିଛନ୍ତି ।

ତୁରନ୍ତ ପ୍ଲାନ ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ଦେଖା ଯାଉଥିବା ଟ୍ରାଫିକ ଜାମକୁ ଦୂର ପାଇଁ ଆମେ ପବ୍ଲିକ ଟ୍ରାନ୍ସପୋର୍ଟ ସିଷ୍ଟମକୁ ଅଧିକ ବଢ଼ାଉଛୁ । ଡବଲ ଡେକର ବସ ସେବା ଆରମ୍ଭ କରାଯାଇଥିବା ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଟୁଇନ ସିଟି ପରେ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର । ପୁରୀ, ଭୁବନେଶ୍ୱର ଓ କଟକ କୁ ନେଇ ଟ୍ରାଇସିଟି କରିବେ ରାଜ୍ୟ ସରକାର । ତିନି ସ୍ଥାନର ଗମନାଗମନ ଓ ବିକାଶକୁ ଗୁରୁତ୍ୱ ଦେଇ ଏହି ଟ୍ରାଇସିଟି କୁ ଡେଭଲପ କରିବେ ରାଜ୍ୟ ସରକାର।

କେବଳ ଭୁବନେଶ୍ୱର ନୁହେଁ ରାଜ୍ୟର ସମସ୍ତ ସହରାଞ୍ଚଳରେ ଟାଉନ ପ୍ଲାନିଂ ସ୍କିମ କରାଯିବ ପାଇଁ ନିଷ୍ପତ୍ତି ହୋଇଛି । ଏଥିପାଇଁ ଅଧିକ ଟାଉନ ପ୍ଲାନିଂ କାର୍ଯ୍ୟାଳୟ ଓ ମାନବ ସମ୍ବଳ ରଖାଯିବ ବୋଲି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ।

nis-ad
Leave A Reply

Your email address will not be published.